Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପରଲୋକରେ ମିହିର ଦାଶ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଅଭିନେତା ମିହିର ଦାସ । କିଛି ଦିନ ଧରି ଅସୁସ୍ଥ ରହିବା ପରେ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମଙ୍ଗଳବାର ତାଙ୍କର ସ୍ବାସ୍ଥ୍ୟବସ୍ଥା ଅବନତି ଘଟିଥିଲ। ଶେଷରେ ଡାକ୍ତରଙ୍କ ସବୁ ଚେଷ୍ଟା ବିଫଳ ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ 63 ବର୍ଷ ହୋଇଥିଲା।

କିଡନୀ ସଂକ୍ରମଣ ଯୋଗୁଁ ତାଙ୍କୁ ଡିସେମ୍ବର ୭ ତଟିଖରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ମିହିରଙ୍କର ଏକାଧିକ ଅଙ୍ଗ ସଂକ୍ରମିତ ହୋଇଥିଵା ସୂଚନା ଦେଇଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ସେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ଫେବ୍ରୁଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ‘ଲକ୍ଷ୍ମୀ ପ୍ରତିମା’, ‘ପୁଅ ମୋର ଭୋଳା ଶଙ୍କର’,‘ଟାର୍ଗେଟ୍‌’, ‘ଗୁଣ୍ଡା’, ‘ମାଇଁ ଲଭ୍‌ ଷ୍ଟୋରୀ’, ‘ପହିଲି ରାଜା’, ‘ଚୋରି ଚାରି ମନ ଚୋରି’, ‘ବାଜି’, ‘ଧଉଳି ଏକ୍ସପ୍ରେସ୍‌’ ଅନ୍ୟତମ । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ‘ବିଧାତା’ ଓ ୨୦୦୫ରେ ‘ଫେରିଆ ମୋ’ ସୁନା ଭଉଣୀ’ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...