Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବାଜିଲା ପଞ୍ଚାୟତ ନିର୍ବଚନ ବିଗୁଲ, ୫ଟି ପର୍ଯ୍ୟାୟରେ ହେବ ନିର୍ବାଚନ

ଭୁବନେଶ୍ୱର: ବାଜିଲା ପଂଚାୟତ ନିର୍ବାଚନ ବିଗୁଲ। ଆସନ୍ତା ଫେବୃଆରୀ ୧୬ରୁ ସମଗ୍ର ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନର ବିଧିବଦ୍ଧ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।ଏହା ସହିତ ନିର୍ବାଚନ ଆଦର୍ଶ ଆଚରଣ ବିଧି ଆଜିଠୁ ରାଜ୍ୟବ୍ୟାପୀ ଲାଗୁ ହେଲା ବୋଲି ଘୋଷଣା କରିଛନ୍ତି। ରାଜ୍ୟରେ ୫ଟି ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବୃଆରୀ ୧୬, ୧୮,୨୦,୨୨ ଓ ୨୪ତାରିଖରେ ହେବ ପଂଚୟତ ନିର୍ବଚନ ହେବ। ସେହିପରି ଫେବୃଆରୀ ୨୬, ୨୭ ଓ ୨୮ତାରିଖରେ ସମସ୍ତ ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପରିଷଦ ଜୋନୱାର ଭୋଟଗଣତି ହେବ।

ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯାଇ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରାଯିବ। ଏଥିପାଇଁ ସ୍ୱତନ୍ତ୍ର ଭାବେ ଗାଇଡଲାଇନ୍ ନିର୍ବାଚନ କମିଶନରଙ୍କ ଦ୍ୱାରା ଦିଆଯାଇଛି। ଦୁଇଟି ପର୍ଯ୍ୟାୟରେ ରାଜ୍ୟ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ସଚିବ, ଗୃହ ସଚିବ ଓ ପୁଲିସ ଡିଜିଙ୍କ ସହ ଆଲୋଚନା ପରେ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରି ନିର୍ବାଚନ କରିବାରେ କୌଣସି ସମସ୍ୟା ନାହିଁ ବୋଲି କମିଶନ ଅନୁଭବ କରିଛନ୍ତି। ତେଣୁ ଆଗାମୀ ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ର‌୍ୟାଲି, ପ୍ରଥପାନ୍ତ ସଭା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରିଛନ୍ତି । କେବଳ। ପ୍ରାର୍ଥୀ ସର୍ବାଧିକ ୫ଜଣଙ୍କୁ ଧରି ଡୋରଟୁ ଡୋର ପ୍ରଚାର କରିପାରିବେ। କୋଭିଡର ଉଭୟ ଡୋଜ୍ ଟିକା ନେଇଥିବା ଅବା ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତିଙ୍କୁ ହିଁ ଭୋଟ ଗଣତି କେନ୍ଦ୍ରରେ ପ୍ରବେଶ ପାଇଁ ଅନୁମତି ମିଳିବ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...