Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାକିରୀରୁ ବିଦା ହେଲେ ବରିଷ୍ଠ ଆଇ.ଏ.ଏସ୍. ଅଫିସର ବିନୋଦ କୁମାର

ଭୁବନେଶ୍ବର: ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିନୋଦ କୁମାରଙ୍କୁ ଚାକିରୀ ରୁ ବରଖାସ୍ତ କରିଛନ୍ତି।ଶ୍ରୀ କୁମାର ଙ୍କୁ ଚାକିରୀ ରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ ଶ୍ରୀ କୁମାର ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଂଜୁର କରିଥିଲେ । ଯାହାଦ୍ବାରା କି ରାଜ୍ୟ ସରକାରଙ୍କର ବିପୁଳ ଆର୍ଥିକ କ୍ଷତି ହୋଇଥିଲା । ସେଥିପାଇଁ ଶ୍ରୀ କୁମାରଙ୍କ ବିରୁଦ୍ଧରେ ଓଡିଶା ସରକାର ୨୭ଟି ଭିଜିଲାନ୍‌ସ କେସ୍‌ ଦାୟର କରିଥିଲେ । ତନ୍ମଧ୍ୟରୁ ଦୁଇଟି କେସ୍‌ରେ ଶ୍ରୀ କୁମାର ଦୋଷୀ ସାବସ୍ତ ହୋଇଛନ୍ତି । ରାଜ୍ୟ ସରକାର ସବୁବେଳେ ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଆସିଛନ୍ତି । ଦୁର୍ନୀତି କରିଥିବା ବ୍ୟକ୍ତିମାନେ ଯେତେ ଉଚ୍ଚ ପଦପଦବୀରେ ଥାନ୍ତୁ ନା କାହିଁକି, ସେମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ବଦ୍ଧପରିକର । କିଛି ଦିନ ତଳେ ଦୁର୍ନୀତି ଅଭିଯୋଗରେ ସର୍ଵ ଭାରତୀୟ ସେବା ର ଜଣେ ବରିଷ୍ଠ ଜଂଗଲ ସେବା ଅଧିକାରୀଙ୍କୁ ମଧ୍ୟ ଚାକିରୀରୁ ବରଖାସ୍ତ କରାଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...