Connect with us

Hi, what are you looking for?

ଅନ୍ତର୍ଜାତୀୟ

ରୁଷ ଓ ୟୁକ୍ରେନ ଯୁଦ୍ଧ ଆରମ୍ଭ

ମସ୍କୋ: ରୁଷ ଓ ୟୁକ୍ରେନ ଭିତରେ ଆରମ୍ଭ ହୋଇଗଲାଣି ଯୁଦ୍ଧ। ରୁଷ ସୈନ୍ୟମାନେ ୟୁକ୍ରେନ ଭିତରେ ପଶି ଆକ୍ରମଣ କଲେ। କିଭ୍ ରେ ପ୍ରଚଣ୍ଡ ବିସ୍ପୋରଣ।  ଦୀର୍ଘ ଦିନ ହେବ ରୁଷ ପକ୍ଷରୁ ସୀମାରେ ଯୁଦ୍ଧାଭ୍ୟାସ କରାଯାଉଥିଲା। ଏଥିସହ ୟୁକ୍ରେନକୁ ରୁଷ  ପଟୁ ଘେରାବନ୍ଦୀ କରିଥିଲା। ଏସବୁ ଭିତରେ ପୁଟିନ ମିଲାଟାରୀ ଅପରେସନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହ ସେ ୟୁକ୍ରେନକୁ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଦୁଇ ଦିନ ତଳେ ପୁଟିନ ୟୁକ୍ରେନର ଦୁଇଟି ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ସ୍ଥାନର ମାନ୍ୟତା ଦେଇଥିଲେ। ଏହାକୁ ନେଇ ତୀବ୍ର ତିକ୍ତତା ଦେଖିବାକୁ ମିଳିଛି। ୟୁକ୍ରେନ ମଧ୍ୟ ରୁଷ ଆଡ଼ୁ ଥିବା ବିପଦରୁ ଦୃଷ୍ଟିରେ ରଖି ନିଜ ଦେଶରେ ୩୦ ଦିନ ପାଇଁ ଜାତୀୟ ଜରୁରୀ ପରିସ୍ଥିତି ଲାଗୁ କରିଛି।

ପୁଟିନଙ୍କ ଏପରି ଆକ୍ରମଣାତ୍ମକ ଆଭିମୁଖ୍ୟ ସତ୍ତ୍ୱେ ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଶାନ୍ତି ପ୍ରତିଷ୍ଠା ପାଇଁ ଅପିଲ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like