Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ଭୁବନେଶ୍ୱର: ପରଲୋକରେ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ।  ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ସୃଷ୍ଟି ହୋଇଛି।

କିଛିଦିନ ପୂର୍ବରୁ ହେମାନନ୍ଦ ତାଙ୍କର ନିଜ ଗାଁ ଝାରସୁଗୁଡ଼ା ଜିଲ୍ଲାର ଠାକୁରପଡ଼ାକୁ ଯାଇଥିଲେ । ସେଠାରେ ସେ ପ୍ରାତଃ ଭ୍ରମଣ କରୁଥିଲା ବେଳେ ହଠାତ୍ ତଳେ ପଡ଼ିଯାଇଥିଲେ । ଏହାପରେ ତାଙ୍କୁ ସଙ୍ଗେସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରବର୍ତ୍ତୀ ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ ହେଁ ତାଙ୍କୁ ଜ୍ୱର ହୋଇଥିଲା ଓ ସେ ଅତ୍ୟନ୍ତ ଦୁର୍ବଳ ଅନୁଭବ କରିଥିଲେ । ତେବେ ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା । ହେମାନନ୍ଦ ଚିକିତ୍ସାଧୀନ ରହିଥିବା ତାଙ୍କ ପରିବାର ପକ୍ଷରୁ ଜଣାପଡ଼ିଥିଲା ।

ସୂଚନାଯୋଗ୍ୟ ଯେ, ହେମାନନ୍ଦ ଓଡ଼ିଶାର ଦୁଇଥର ମୁଖ୍ୟମନ୍ତ୍ରୀ ଦ୍ୱାୟିତ୍ୱ ସମ୍ଭାଳିଥିଲେ । ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମସିହା ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଓ ୧୯୯୯ ମସିହା ଡିସେମ୍ବର ମାସ ୬ରୁ ୨୦୦୦ ମସିହା ମାର୍ଚ୍ଚ ମାସ ୫ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ । ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ସୁନ୍ଦରଗଡ଼ ସାଂସଦ ରହିଥିଲେ । ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ଥିଲେ ହେମାନନ୍ଦ ବିଶ୍ୱାଳ । ସେ ୬ ଥର ବିଧାୟକ ନିର୍ବାଚିତ ହୋଇ ଓଡିଶା ବିଧାନସଭା ଯାଇଥିବା ବେଳେ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like