Connect with us

Hi, what are you looking for?

ଅପରାଧ

ଗିରଫ ହେଲେ ଚିଲିକା ବିଧାୟକ

ଭୁବନେଶ୍ୱର: ଗିରଫ ହେଲେ ଚଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବା ପରେ ପୋଲିସ୍‌ ତାଙ୍କୁ ଗିରଫ କରିଛି ।  ଲୋକଙ୍କ ଉପରେ ଗାଡ଼ି ଚଢ଼େଇ ଦେବା ଅଭିଯୋଗରେ  ପୋଲିସ୍‌  ତାଙ୍କୁ ଗିରଫ କରିଛି। ପ୍ରଶାନ୍ତଙ୍କୁ  ଗିରଫ କରିବା ପରେ ଭୁବନେଶ୍ୱର କୋର୍ଟରେ ହାଜର କରିଥିଲା ପୋଲିସ୍‌ ।  ତାଙ୍କ ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି ।

ସୂଚନା ଥାଉକି, ବାଣପୁର ବ୍ଲକ ସମ୍ମୁଖରେ ୧୨ ତାରିଖ ଦିନ ବ୍ଲକ ଅଧକ୍ଷ ନିର୍ବାଚନ ହେଉଥିବା ସମୟରେ ବ୍ଲକ ବାହାରେ ଲୋକଙ୍କ ପ୍ରବଳ ଭିଡ ଜମିଥିଲା   ଠିକ୍‌ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲ । ଯେଉଁଥିରେ ୨୩ ଜଣ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଥିଲେ। ଘଟଣାରେ ୨୩ ଜଣ ଆହତ ହୋଇଥିଲେ।ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସେପଟେ ଏପରି ଘଟଣା ପରେ ଲୋକଙ୍କ ଆକ୍ରୋଶର ଶିକାର ହୋଇଥିଲେ ବିଧାୟକ । ଉତ୍ୟକ୍ତଲୋକ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗାଡିରୁ ଟାଣି ଆଣି ଆକ୍ରମଣ କରିଥିଲେ । ଏପରିକି ତାଙ୍କ ଗାଡିକୁ ମଧ୍ୟ ଉତ୍ୟକ୍ତ ଲୋକ ଓଲଟାଇ ଦେଇଥିଲେ । ଲୋକଙ୍କ ଆକ୍ରମଣରେ ବିଧାୟକ ଲହୁଲୁହାଣ ହୋଇଥିଲେ । ସମର୍ଥକମାନେ ବିଧାୟକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି  ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ତାଙ୍କୁ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିଲା । ଖୋର୍ଦ୍ଧା ପୋଲିସ ଘଟଣାର ତଦନ୍ତ କରି ତାଙ୍କୁ ଗିରଫ କରିଛି ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like