Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of Redistribution) ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି।

ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏ ସବ୍‌ଇନିସ୍‌ପେକ୍ଟର ଓ ୬ ଜଣ ଲେଖାଏ କନେଷ୍ଟବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଂଧାନ କ୍ଷେତ୍ରରେ ସେମାନେ ଦାୟିତ୍ବ ନିର୍ବାହ କରିବେ। ଏହାଦ୍ବାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବାସ୍ଥା ଅଧିକ ଦୃଢ ହୋଇପାରିବ।

ଏହି ନୂତନ ପଦବୀ ଗୁଡିକ ରାଜ୍ୟ ସରକାରଙ୍କ ORV Act ସମେତ ନିଯୁକ୍ତି ନିୟମାବଳୀର ସମସ୍ତ ବ୍ୟବସ୍ଥା ଅନୁଯାୟୀ ପୂରଣ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like