Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୫୦ ପ୍ରତିଶତ ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

ଭୁବନେଶ୍ୱର: ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ । ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...