Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମିଳିବ ପୋଷାକ, ଭତ୍ତା , smart phone ,ଗସ୍ତ ଖର୍ଚ୍ଚ

ଭୁବନେଶ୍ୱର: ମିଶନ ଶକ୍ତି ଆନ୍ଦୋଳନ ଆଜି ଓଡିଶାର ୭୦ ଲକ୍ଷ ମା ମାନଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି। ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି । ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ଆହର କେନ୍ଦ୍ର ପରିଚାଳନା, ମାଛ ଚାଷ ଆଦି ବିଭିନ୍ନ ସରକାରୀ କାମ ମଧ୍ୟ ମିଶନ ଶକ୍ତି ମା ମାନଙ୍କୁ ଯୋଗାଇ ଦିଆଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ବୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି । ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି – ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ବୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତାର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।

ଏହି ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍‌ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, Community Resource Person – Community Mobiliser (CRP-CM) ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି। ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।

ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।

୧. ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।

୨. ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ।

୩. ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ।

୪. ସବୁ CRP- CM ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।

୫. ସବୁ CRP- CM ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ ।

୬. ଟେଲିଫୋନ ଭତ୍ତା ବାବଦରେ CRP- CM ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତ ସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପୋଷଣ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...