Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଫେବୃୟାରୀ ୧ ରୁ ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ୱର: ଫେବୃୟାରୀ ୧ ତାରିଖରୁ ଖୋଲିବ ଶ୍ରୀମନ୍ଦିର। କୋଭିଡ କଟକଣା ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ହେବ ବୋଲି ଛତିଶା ନିଯୋଗ ବୈଠକରେ ଆଜି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ରହିଥିବାରୁ ଶ୍ରୀମନ୍ଦିର ଖୋଲିବା ପାଇଁ ସର୍ବସମ୍ମତ ପ୍ରସ୍ତାବ ବୈଠକରେ ରଖାଯାଇଥିଲା। ପ୍ରତ୍ୟକ ରବିବାର ଦର୍ଶନ ବନ୍ଦ ରହିବ। ସେହି ଦିନ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ। ବିଶେଷ ପର୍ବ ପର୍ବାଣୀ ଗୁଡିକରେ ଶ୍ରୀମନ୍ଦିରରେ ଅତ୍ୟଧିକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ବନ୍ଦ ରହିବ। ବାହାରୁ ଆସୁଥିବା ଭକ୍ତ ମାନେ ସିଂହଦ୍ଵାର ଦେଇ ପ୍ରବେଶ କରିବେ ଓ ପୁରୀ ପୋରାଞ୍ଚଳ ବାସିନ୍ଦା ମାନେ ପଶ୍ଚିମ ଦ୍ଵାର ଦେଇ ପ୍ରବେଶ କରିବେ।

ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ ଅଥବା କୋଭିଡ ଟୀକା ଡବଲ ଡୋଜ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ପୂର୍ବ ପରି ଭୋର ସାଢେ ପାଞ୍ଚଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। କିନ୍ତୁ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ଏସ ଓପି ଜାରୀ କରାଯିବ। ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ଛତିଶା ନିଯୋଗ ପ୍ରତିନିଧି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାନେ ସାମିଲ ହୋଇଥିଲେ। 

ତେବେ ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ, ସମସ୍ତ ସେବାୟତଙ୍କୁ ବୁଷ୍ଟର ଡୋଜ୍‌ ଦେବା ନେଇ ଉଦ୍ୟମ ଜାରି ରହିଛି । ଏବେ ପର୍ଯ୍ୟନ୍ତ ୨୫୦ରୁ ଅଧିକ ସେବାୟତଙ୍କୁ ବୁଷ୍ଟର ଡୋଜ୍‌ ଦିଆ ସରିଲାଣି । କରୋନା କଟକଣା ମଧ୍ୟରେ ମନ୍ଦିର ଖୋଲିବ । ଏଥିସହିତ ପୂର୍ବ ଭଳି ରବିବାର ମନ୍ଦିର ବନ୍ଦ ରହିବ ବୋଲି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...