Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆସିିିଲା ରେଳ ବଜେଟ, ରାଜ୍ୟର କେଉଁ ପ୍ରକଳ୍ପକୁ କେତେ ଅର୍ଥ ମିଳିଛି ଦେଖନ୍ତୁ

ଭୁବନେଶ୍ୱର: ସଂସଦରେ ବଜେଟ ଉପସ୍ଥାପିତ ହୋଇସାରିବା ପରେ ରେଳ ବଜେଟରେ ଓଡିଶା କୁ କେତେ ଅନୁଦାନ ମିଳିଛି। ତାକୁ ନେଇ ସାଧାରଣ ପ୍ରଶ୍ନ ଉଠିଥିଲା । କେନ୍ଦ୍ର ସରକାର ରେଳ ବିଭାଗ ପାଇଁ ୧ ଲକ୍ଷ ୪୦ ହଜାର ୩୬୭ କୋଟି ୧୩ ଲକ୍ଷ ଟଙ୍କାର ବ୍ୟୟ ବରାଦ। କରିଛନ୍ତି। ରେଳ ବଜେଟ୍‌ରେ ଓଡିଶାକୁ ମୋଟ ୯ ହଜାର ୨୫୪ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା ହୋଇଛି । ଅଶ୍ବିନୀ ବୈଷ୍ଣବ ରେଳ ମନ୍ତ୍ରୀ ହେବାପରେ ଓଡିଶାକୁ ସବୁଠୁ ଅଧିକ ଅନୁଦାନ ମିଳିଛି।

ଦେଖନ୍ତୁ କେଉଁ ପ୍ରକଳ୍ପ ପାଇଁ କେତେ

୧- ଖୋର୍ଦ୍ଧା​‌ ରୋଡ୍‌ ଏବଂ ବଲାଙ୍ଗୀର ରେଳ ପଥ ପାଇଁ ୮୯୧.୧୨ କୋଟି ଟଙ୍କା ।

୨- ଅନୁଗୁଳ ସୁକିନ୍ଦା ପାଇଁ ୪୭୫ କୋଟି ଟଙ୍କା, ହରିଦାସପୁର-ପାରାଦୀପ ପାଇଁ ୮୫ କୋଟି ଟଙ୍କା।

୩- ତାଳଚେର-ବିମଳାଗଡ ପାଇଁ ୨୫୦ କୋଟି ଟଙ୍କା, ଜୟପୁର-ମାଲକାନାଗିରି ପାଇଁ ୧୩ କୋଟି ୮୦ ଲକ୍ଷ ଟଙ୍କା।

୪- ଜୟପୁର-ନବରଙ୍ଗପୁର ପାଇଁ ୮୧ କୋଟି ଟଙ୍କାର, ନୂଆପଡା-ଗୁଣୁପୁର ପାଇଁ ୧୦ କୋଟି ଟଙ୍କା ।

ସେହିଭଳି ଓଡିଶାରେ ରେଳ ଟ୍ରାକ୍‌ ଡବଲିଂ ପାଇଁ ମଧ୍ୟ ଆର୍ଥିକ ପ୍ୟାକେଜ୍‌ ଘୋଷଣା କରାଯାଇଛି ।

୫- ଖୋର୍ଦ୍ଧା ରୋଡ୍‌-ବାରଙ୍ଗ ଡବଲିଂ ପାଇଁ ୧୬୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

୬- ସମ୍ଭଲପୁର-ଟିଟିଲାଗଡ ଡବଲିଂ ପାଇଁ ୯୯ କୋଟି ୫୦ ଲକ୍ଷ ଟଙ୍କା।

୭- ବାଂଶପାଲି-ଦୈତାରୀ ଡବଲିଂ ପାଇଁ ୩୦୦ କୋଟି ଟଙ୍କା।

୮- ସମ୍ବଲପୁର-ତାଳଚେର ଡବଲିଂ ପାଇଁ ୧୭୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...