Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୩ ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ଵର: କଳ୍ପନାଜଳ୍ପନାର ଅନ୍ତ ଘଟିଲା।  ୩ ମହାହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି । ବରିଷ୍ଠ ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କୁ ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜୁ ଜନତା ଦଳ । ରାଜ୍ୟ ଭିନ୍ନକ୍ଷମ କମିଶନର ଭାବେ ଏବେ ଦାୟିତ୍ୱ ତୁଲାଉଛନ୍ତି ସୁଲୋଚନା ଦାସ ।

ତେବେ ଏକଦା କଂଗ୍ରେସରୁ ନିଜ କ୍ୟାରିୟର ଆରମ୍ଭ କରିଥିବା ସୁଲୋଚନା ଦାସ ପରବର୍ତ୍ତୀ ସମୟରେ ବିଜେଡିରେ ଯୋଗ ଦେଇଥିଲେ । ନିଜର ଦୃଢ ସାଙ୍ଗଠନିକ ଦକ୍ଷତା ଲାଗି ବିଜେଡି ତାଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଥିଲା । ଏହାପରେ ତାଙ୍କୁ ରାଜ୍ୟ ଭିନ୍ନକ୍ଷମ କମିଶନର ଭାବେ ଦାୟିତ୍ୱ ଦେଇଥିଲେ । କିନ୍ତୁ ଏବେ ଭୁବନେଶ୍ୱର ମହାନଗର ନିଗମ ପାଇଁ ବିଜେଡି ତରଫରୁ ମେୟର ଭାବେ ପ୍ରାର୍ଥୀ କରାଯାଇଛି ।

ସେହିପରି କଟକ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । କଟକ ମହାନଗର ନିଗମ ପାଇଁ ସୁବାସ ସିଂହଙ୍କ ନାମ   ଉପରେ ମୋହର ବାଜିଥିବା ବେଳେ   ବ୍ରହ୍ମପୁର ମହାନଗର ନିଗମ ପାଇଁ ସଂଘମିତ୍ରା ଦଳେଇଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି।

ତେବେ ସୁବାଷ ସିଂ ବାମ ଦଳରୁ ନିଜ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ପରେ ବିଜେଡିର ଯୋଗଦେଇଥିଲେ । ଜଣେ ଦକ୍ଷ ସଂଗଠନ ଭାବେ ବେଶ୍‌ ଜଣାଶୁଣା ସୁବାସ ସିଂହ । ବସ୍ତିବାସିନ୍ଦା ଓ ଶ୍ରମିକଙ୍କ ହକ୍‌ ପାଇଁ ସେ ସର୍ବଦା ଲଢେଇ କରନ୍ତି । ଏବେ ସୁବାସ ସିଂହ ରାଜ୍ୟସଭାର ସାଂସଦ ଅଛନ୍ତି । କଟକ ମହାନଗର ନିଗମରୁ ମେୟର ଭାବେ ପ୍ରାର୍ଥୀ ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି ।

ସେପଟେ ବ୍ରହ୍ମପୁର ମହାନଗର ନିଗମ ପାଇଁ ସଂଘମିତ୍ରା ଦଳେଇଙ୍କ ନାମ ଘୋଷଣା କରିଛି ବିଜୁ ଜନତା ଦଳ । ସଂଘମିତ୍ରା ଏବେ ଗଞ୍ଜାମ ଜିଲ୍ଲା ବିଜେଡି ମହିଳା ସଭାନେତ୍ରୀ ଅଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କୁ ଏଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ପ୍ରାର୍ଥୀ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଏବେ ମୋ ପାଇଁ ଦାୟିତ୍ୱ ବଢିଛି । ମୁଁ ଠିକ୍‌ ଭାବେ ସେହି ଦାୟିତ୍ୱକୁ ନିର୍ବାହ କରିବି ବୋଲି ସଂଘମିତ୍ରା କହିଛନ୍ତି ।

 

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like