Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୭ ଦିନ ମଧ୍ୟରେ ଚଣ୍ଡି ମନ୍ଦିରର ଉନ୍ନତିକରଣ ଯୋଜନା ପ୍ରସ୍ତୁତ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ5T ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାମ ସଂପର୍କରେ ସେବାୟତ, ଜିଲ୍ଲାପ୍ରଶାସନ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରିଛନ୍ତି।

ମନ୍ଦିରର ଉନ୍ନତି କରଣ ତଥା ଅନ୍ୟାନ୍ୟ ବିକାଶ କାର୍ଯ୍ୟ ପାଇଁ ୭ ଦିନ ମଧ୍ୟରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ.

ସୂଚନାଯୋଗ୍ୟ ଯେ କଟକର ପ୍ରସିଦ୍ଧ ଚଣ୍ଡୀମନ୍ଦିର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଶ୍ରଦ୍ଧା ଓ ଆସ୍ଥାର ପ୍ରତୀକ । ଏହି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ଏଥିପାଇଁ ମନ୍ଦିର କମିଟି ଜିଲ୍ଲା ପ୍ରଶାସନ ସହିତ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସଂପର୍କରେ ଆଲୋଚନା କରିବ.

ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ 5T ସଚିବ ଆଲୋଚନା କରିବା ସହ ମନ୍ଦିରର ଅଞ୍ଚଳ ବୁଲି ଦେଖିଛନ୍ତି । ମନ୍ଦିରରେ ଥିବା ସମସ୍ୟା, ବିଶେଷ କରି ଜଳ ନିଷ୍କାସନ, ପାର୍କିଂ ଓ ମରାମତି ନେଇ ମନ୍ଦିର କର୍ତ୍ତୃପକ୍ଷ 5T ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ କାମ ହାତକୁ ନିଆଯାଇଛି ବୋଲି ଜଣାଯାଇଛି .
ମନ୍ଦିରକୁ ଅଧିକ ସୁନ୍ଦର କରିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ସମସ୍ତଙ୍କ ସହଯୋଗରେ ମନ୍ଦିରର ବିକାଶମୂଳକ କାର୍ଯ୍ୟ ଆରମ୍ଭ ହେବ ।

5T ସଚିବଙ୍କ ଗସ୍ତ ସମୟରେ ଆରଡିସି, ଜିଲ୍ଲାପାଳ ସିଏମସି କମିଶନର, ଡିସିପି, ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like